20ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର!
21ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!
22ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
23ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!
24ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।