ଯିଶାଇୟ 5

ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!

Isaiah 5:23 (UKJV) Which justify the wicked for reward, and take away the righteousness of the righteous from him!

21ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!

22ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;

23ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!

24ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।

25ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.