ଯିଶାଇୟ 5

ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍‍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;

Isaiah 5:28 (UKJV) Whose arrows are sharp, and all their bows bent, their horses' hoofs shall be counted like flint, and their wheels like a whirlwind:

26ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;

27ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;

28ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍‍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;

29ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।

30ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.