ଯିଶାଇୟ 5

ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।

Isaiah 5:3 (UKJV) And now, O inhabitants of Jerusalem, and men of Judah, judge, I pray you, between me and my vineyard.

1ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;

2ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।

3ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।

4ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?

5ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.