28ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;
29ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।
30ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।