ଯିଶାଇୟ 50

ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।

Isaiah 50:10 (UKJV) Who is among you that fears the LORD, that obeys the voice of his servant, that walks in darkness, and has no light? let him trust in the name of the LORD, and stay upon his God.

8ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ।

9ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।

10ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।

11ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.