ଯିଶାଇୟ 50

ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”

Isaiah 50:3 (UKJV) I clothe the heavens with blackness, and I make sackcloth their covering.

1ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।

2ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।

3ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”

4ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।

5ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.