3ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”
4ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
5ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।
6ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
7କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।