6ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
7କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।
8ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ।
9ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।
10ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।