14ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।
15କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
16ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”
17ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
18ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।