ଯିଶାଇୟ 51

ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।

Isaiah 51:20 (UKJV) Your sons have fainted, they lie at the head of all the streets, as a wild bull in a net: they are full of the fury of the LORD, the rebuke of your God.

18ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।

19ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?

20ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।

21ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;

22ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍‍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.