19ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?
20ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
21ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
22ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
23ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”