1“ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
2ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
3କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
4ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
5ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।