ଯିଶାଇୟ 52

ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।

Isaiah 52:10 (UKJV) The LORD has made bare his holy arm in the eyes of all the nations; and all the ends of the earth shall see the salvation of our God.

8ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।

9ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।

10ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।

11ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।

12କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.