10ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
11ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।
12କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ।
13ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହାମହିମ ହେବେ।
14ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,