7ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!
8ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।
9ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
10ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
11ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।