8ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।
9ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
10ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
11ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
12ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।