6ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
7ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
8ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।
9ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
10ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।