15ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।
16ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।
17ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।