1“ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।
2ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।
3କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।
4ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।