ଯିଶାଇୟ 55

ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।

Isaiah 55:11 (UKJV) So shall my word be that goes forth out of my mouth: it shall not return unto me void, but it shall accomplish that which I please, and it shall prosper in the thing whereto I sent it.

9କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।

10ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;

11ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।

12ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।

13କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.