6ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
7ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
8ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।
9କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।
10ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;