1ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।
2ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”
3“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”