ଯିଶାଇୟ 56

ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।

Isaiah 56:10 (UKJV) His watchmen are blind: they are all ignorant, they are all dumb dogs, they cannot bark; sleeping, lying down, loving to slumber.

8ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”

9ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।

10ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।

11ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।

12ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.