ଯିଶାଇୟ 56

“ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।

Isaiah 56:5 (UKJV) Even unto them will I give in mine house and within my walls a place and a name better than of sons and of daughters: I will give them an everlasting name, that shall not be cut off.

3“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”

4କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମବାର ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;”

5“ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।

6ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;

7ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.