6ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
7ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
8ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”
9ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।
10ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।