1ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
2ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।
3ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।