ଯିଶାଇୟ 57

ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।

Isaiah 57:10 (UKJV) You are wearied in the greatness of your way; yet said you not, There is no hope: you have found the life of yours hand; therefore you were not grieved.

8ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ।

9ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।

10ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।

11ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?

12ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.