ଯିଶାଇୟ 57

ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?

Isaiah 57:11 (UKJV) And of whom have you been afraid or feared, that you have lied, and have not remembered me, nor laid it to your heart? have not I held my peace even of old, and you fear me not?

9ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।

10ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।

11ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?

12ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।

13ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.