15କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
16କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
17ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
18ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
19ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।