16କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
17ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
18ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
19ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
20ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।