4ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?
5ତୁମ୍ଭେମାନେ ଅଲୋନ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ?
6ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?
7ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।
8ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ।