9ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
10ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
11ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
12ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।
13ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ: