ଯିଶାଇୟ 58

ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।

Isaiah 58:2 (UKJV) Yet they seek me daily, and delight to know my ways, as a nation that did righteousness, and forsook not the ordinance of their God: they ask of me the ordinances of justice; they take delight in approaching to God.

1“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।

2ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।

3ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।

4ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.