ଯିଶାଇୟ 58

ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,

Isaiah 58:6 (UKJV) Is not this the fast that I have chosen? to loose the bands of wickedness, to undo the heavy burdens, and to let the oppressed go free, and that all of you break every yoke?

4ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।

5ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?

6ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,

7କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?

8ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.