5ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
6ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
7କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
8ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ।
9ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;