8ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।
9ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।
10ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।
11ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।
12କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;