ଯିଶାଇୟ 59

ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।

Isaiah 59:15 (UKJV) Yea, truth fails; and he that departs from evil makes himself a prey: and the LORD saw it, and it displeased him that there was no judgment.

13ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।

14ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ।

15ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।

16ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।

17ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.