15ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
16ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।
17ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ।
18ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।
19ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।