1ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
2ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
3କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;
4କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
5ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।