4କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
5ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।
6ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।
7ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।
8ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।