8ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
9ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’
10ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
11ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
12ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।