ଯିଶାଇୟ 6

ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,

Isaiah 6:11 (UKJV) Then said I, Lord, how long? And he answered, Until the cities be wasted without inhabitant, and the houses without man, and the land be utterly desolate,

9ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’

10ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”

11ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,

12ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।

13ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.