9ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
10ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
11ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।
12କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
13ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।