10ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
11ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।
12କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
13ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
14ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।