12କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
13ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
14ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
15ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
16ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।