ଯିଶାଇୟ 60

ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।

Isaiah 60:15 (UKJV) Whereas you has been forsaken and hated, so that no man went through you, I will make you an eternal excellency, a joy of many generations.

13ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।

14ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।

15ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।

16ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।

17ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.