ଯିଶାଇୟ 60

ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।

Isaiah 60:19 (UKJV) The sun shall be no more your light by day; neither for brightness shall the moon give light unto you: but the LORD shall be unto you an everlasting light, and your God your glory.

17ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।

18ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।

19ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।

20ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।

21ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.