1ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
2କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
3ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
4ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।