ଯିଶାଇୟ 60

ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।

Isaiah 60:3 (UKJV) And the Gentiles shall come to your light, and kings to the brightness of your rising.

1ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।

2କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।

3ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।

4ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।

5ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.